ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ । ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ । କିନ୍ତୁ ପ୍ରତିକୂଳ ପାଣିପାଗ ପାଇଁ ବାତିଲ ହେଲା ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ କାର୍ୟ୍ୟକ୍ରମ । ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ୟ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଉପସ୍ଥିତ ରହିବେ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ବରିଷ୍ଠ ଅଧିକାରୀ । ବାତ୍ୟା ଦାନା ଦ୍ୱାରା ଭଦ୍ରକ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । କେନ୍ଦ୍ରାପଡା, ବାଲେଶ୍ଵର, ଯାଜପୁର, ପୁରୀ ଜଗତସିଂହପୁର, କେନ୍ଦୁଝରରେ ହୋଇଛି କ୍ଷୟକ୍ଷତି । ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ଘର ଭଙ୍ଗା ଆକଳନ ରାଜସ୍ୱ ବିଭାଗ କରିବାକୁ ଥିବାବେଳେ ଅନ୍ୟ କ୍ଷୟକ୍ଷତିର ଆକଳନ କରିବେ କୃଷି, ସମବାୟ ଓ ପରିସଂଖ୍ୟାନ ବିଭାଗ । ସ୍ୱଳ୍ପ ଭାଙ୍ଗିଥିବା ଘର ତୁରନ୍ତ ମରାମତି ସହ ସମ୍ପୂର୍ଣ୍ଣ ଭାଙ୍ଗିଥିବା ପରିବାରକୁ ପକ୍କା ଘର ମିଳିବ । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।

Related Articles

Leave a Reply

Your email address will not be published.

Back to top button