ସୁନ୍ଦରଗଡ଼ ଓ ଅନୁଗୁଳରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର: ସୁନ୍ଦରଗଡ଼ ଓ ଅନୁଗୁଳରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ । କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଆଉ ଶେଷରେ କୋଇଲା ଓ ଖଣି ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରକ୍ଷା କରିଛନ୍ତି । ଏହି ଅବସରରେ ଏମସିଏଲ ଦ୍ୱାରା  ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରାରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ ।

ସେହିପରି ଅନୁଗୁଳର ଜଗନ୍ନାଥ ଓ ସୁଭଦ୍ରା ଅଞ୍ଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ ।   ଏନେଇ ଏମସିଏଲ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରକାଶ ଯେ, ସୁନ୍ଦରଗଡ଼ ଓ ଅନୁଗୁଳରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ସେପ୍ଟେମ୍ବର ୨୦ ତାରିଖରେ କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ ।

Related Articles

Leave a Reply

Your email address will not be published.

Back to top button