ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି ହୋଇଛି। ୫୫ ବର୍ଷ ପର୍ଯ୍ୟନ୍ତ ମହିଳା ଏହି ସୁବିଧା ପାଇପରିବେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ପରେ ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା। ମହିଳା କର୍ମଚାରୀମାନେ ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି ଓ ୫ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ସହିତ ପାଇ ପାରିବେ। ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ।