ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଲେ ରାଷ୍ଟ୍ରପତି

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ବାବା ସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।  ଭୁବନେଶ୍ବର ଏଜି ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରର ଏଜି ଛକ ସ୍ଥିତ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଭୁବନେଶ୍ବରରେ ଡକ୍ଟର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନବନ୍ଦରରୁ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରସ୍ଥିତ  ଉପରବେଡ଼ା ଗାଁ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିଜ ଗାଁରେ ସ୍ବାଗତ କରିବା ପାଇଁ ସେଠାରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button