ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର

ଭୁବନେଶ୍ୱର : କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ଦ୍ୱାରା ପରିଚାଳିତ ଆଇଏଏସ୍ ପରୀକ୍ଷା-୨୦୨୩ରେ ଦ୍ୱିତୀୟ ରାଙ୍କ ରଖିଥିବା ଓଡ଼ିଆ ପୁଅ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ଉତ୍ତରାଖଣ୍ଡର ମସୁରୀସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସିନକ ଏକାଡେମୀରେ ଅନିମେଶ ନିକଟରେ ଫାଉଣ୍ଡେସନ୍ କୋର୍ସ ସାରିବା ପରେ ୬ମାସ ଆଇଏଏସ୍ ଟ୍ରେନିଂ ନେଉଛନ୍ତି। ଏହି ଟ୍ରେନିଂ ସରିଲା ପରେ ଅନିମେଶ ଓଡ଼ିଶା ଆସି କାର୍ଯ୍ୟରେ ଯୋଗଦେବେ। ଅନୁଗୁଳ ଜିଲ୍ଲା ତାଳଚେର ଭାଲୁଗଡ଼ିଆରେ ଅନିମେଶଙ୍କ ଘର। ବାପ-ମା’ଙ୍କୁ ହରାଇଥିଲେ ମଧ୍ୟ ଅନିମେଶ ନିଜ ଲକ୍ଷ୍ୟ ପୂରଣ କରିପାରିଛନ୍ତି। ଅନ୍ୟପକ୍ଷରେ ୨୪ ନଂ ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି। ୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର ମିଳିଥିବାବେଳେ ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର ମିଳିଛି। ସେହିପରି ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍ ବକ୍ସି, ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା’, ୭୧ ନଂ ରାଙ୍କରେ ଥିବା କେରଳର ଫବି ରସିଦ, ୧୨୫ନଂ ରାଙ୍କରେ ଥିବା ରାଜସ୍ଥାନର ମୃଣାଳିକା ରାଠୋର, ୨୦୪ ନଂ ରାଙ୍କରେ ଥିବା ଦିଲ୍ଲୀର ଶୁଭ୍ରା ପଣ୍ଡା, ୨୩୯ନଂ ରାଙ୍କରେ ଥିବା ୟୁପିର ପୱନ କୁମାର ଓ ୨୫୮ନଂ ରାଙ୍କର ମହାରାଷ୍ଟ୍ରର ବି.ଏସ୍ କଲ୍ୟାଣରାଓଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି। ଏଠାରେ ସୂଚନା ଯୋଗ୍ୟ ଯେ ଆଇଏଏସ୍ ପରୀକ୍ଷା-୨୦୨୩ରେ ଆଦିତ୍ୟ ଶ୍ରୀବାସ୍ତବ ଏବଂ ଓଡ଼ିଶାର ଅନିମେଷ ପ୍ରଧାନ ଯଥାକ୍ରମେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନରେ ରହିଥିଲେ। ସେହିପରି ତୃତୀୟ ସ୍ଥାନରେ ଡୋନୁରୁ ଅନନ୍ୟା ରେଡ୍ଡୀ ଥିଲେ। ୨୦୨୩ ବର୍ଷ ପାଇଁ ହୋଇଥିବା ପରୀକ୍ଷାରେ ମୋଟ ୧,୦୧୬ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button