୩୦ ଯାଏ ଘନକୁହୁଡ଼ି

ଭୁବନେଶ୍ୱର : ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଘନ କୁହୁଡ଼ି ହେବା ନେଇ ସତର୍କତା ଜାରି କରାଯାଇଛି। ଏନେଇ ୨୯ରେ ୧୪ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତିକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୫୦ ମିଟର ତଳକୁ ଭିଜିବିଲିଟି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୩୦ତାରିଖରେ ୪ ଜିଲ୍ଲା ଗଞ୍ଜାମ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ୨ଦିନ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନର ଦୂରତା ୫୦ ମିଟର ରହିବ। କିଛି ସ୍ଥାନରେ ଜିରୋ ଭିଜିବିଲିଟି ରହିବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମୁଖ୍ୟତଃ ଭୋର୍ ସମୟ ଅଧିକ ସତର୍କ ରହିବା ପାଇଁ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ସେହିପରି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ମଧ୍ୟ ଦେଖାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button