ତାତିରେ ମିଳିବ ତ୍ରାହି, ୧୯ରୁ ୨୨ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ ।  ୧୯ରୁ ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ ।  ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି । ରାଜ୍ୟରେ ୧୯ ରୁ ୨୨ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୭୦ କିମି ରହିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। କାଳବୈଶାଖୀ ବେଳେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button