ଲୋୟର ପିଏମଜିରେ ଅଣାୟତ୍ତ ସ୍ଥିତି: ତାରା, ଭକ୍ତ ଓ ମୋକିମଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର : ଲୋୟର ପିଏମଜିରେ ଅଣାୟତ୍ତ ହୋଇଛି ସ୍ଥିତି । ପୋଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ଲୋୟର ପିଏମଜିରୁ ପିସିସି ସଭାପତି ଭକ୍ତ ଦାସ, ବିଧାୟକ ତାରାବାହିନୀ ପତି ଏବଂ ମହମ୍ମଦ ମୋକିମଙ୍କୁ ଉଠାଇ ନେଇଛି ପୋଲିସ । ମାଜିଷ୍ଟ୍ରେଟଙ୍କ ଅର୍ଡର ପରେ ଏ ପ୍ରକାର ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।  ସେପଟେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ପ୍ରତିବାଦ ଜାରି ରହିଛି । ବଡ଼ ବଡ଼ ନେତାଙ୍କୁ ଗିରଫ କରିବା ଦ୍ୱାରା କର୍ମୀ ଶାନ୍ତ ପଡ଼ିବେ ଓ ଆନ୍ଦୋଳନରୁ ଓହରିବା ନେଇ ପୋଲିସ ଆଶା ରଖିଛି । ସେପଟେ ନାରୀ ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରି ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ଲୋୟର ପିଏମ୍‌ଜିରେ ବ୍ୟାରିକେଡ୍‌ ଭାଙ୍ଗି ଧସେଇ ପଶିଥିଲେ କଂଗ୍ରେସ କର୍ମୀ । ବ୍ୟାରିକେଡ୍‌ ଭାଙ୍ଗି ବିଧାନସଭା ଅଭିମୁଖେ ଅଗ୍ରସର ବେଳେ ପୋଲିସ ସହ କଂଗ୍ରେସ ନେତା ଓ କର୍ମୀ ଧସ୍ତାଧସ୍ତି ଓ ଠେଲାପେଲା ହୋଇଥିଲେ । ପୋଲିସ ଉପରକୁ ଚେୟାର ଫିଙ୍ଗିବା ସହ ଟେକାପଥର ଫିଙ୍ଗିଥିଲେ କଂଗ୍ରେସ କର୍ମୀ । ପାଣି ବୋତଲ ମଧ୍ୟ ଉତ୍ତ୍ୟକ୍ତ କଂଗ୍ରେସ କର୍ମୀ ଫିଙ୍ଗା ଫୋପଡ଼ା କରିଥିଲେ । ସ୍ଥିତି ନିୟନ୍ତ୍ରଣ କରିବା ପାଇଁ କଂଗ୍ରେସ କର୍ମୀଙ୍କ ଉପରେ ପାଣିମାଡ଼ ଓ ଟିୟର ଗ୍ୟାସ ମାଡ଼ କରିଥିଲା ପୋଲିସ । ଏସବୁ ସତ୍ତ୍ବେ କଂଗ୍ରେସ କର୍ମୀଙ୍କୁ ଅଟକାଇବାକୁ ନାକେଦମ୍‌ ହେଲାଣି ପୋଲିସ ।

Related Articles

Leave a Reply

Your email address will not be published. Required fields are marked *

Back to top button