୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବାଦ୍ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷରେ ଆଜି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।