ମୁଖ୍ୟମନ୍ତ୍ରୀ କଲେ ଅନୁମୋଦନ: ରାଜ୍ୟରେ ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ

ଭୁବନେଶ୍ବର: ରାଜ୍ୟରେ ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହେଲା ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।