କଟକ ବ୍ରିଜ ଭୁଶୁଡ଼ିବା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: କଟକ ଖାନ୍ନଗରଠାରେ ବ୍ରିଜ୍ ନିର୍ମାଣ ସମୟରେ ଭୁଶୁଡ଼ି ପଡ଼ିବା ଯୋଗୁ ୩ ଜଣଙ୍କ ଜୀବନ ଯିବା ସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅଘଟଣ ବିଷୟରେ ଜାଣିବା ପରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଆହତଙ୍କ ପାଇଁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇଦେବା ସାଙ୍ଗକୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଟିରୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ’ ହ୍ୟାଣ୍ଡେଲ ଜରିଆରେ ସୂଚନା ଦେଇଛନ୍ତି।