ଖୁବ୍ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ଗଣଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର: ଖୁବ୍ ଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଚାଲିଛି, ଆଶା ଖୁବ୍ଶୀଘ୍ର ଫଳ ପ୍ରକାଶ ପାଇବ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଥିଲେ ।