କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ : ଆଇଏମଡି ଯାହା ପୂର୍ବାନୁମାନ କରିଥିଲା ତାହା  ସତ ହୋଇଛି । ଗୁରୁବାର  ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି ।  କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି ।  ମୌସୁମୀ ଆଜି କେରଳ ଛୁଇଁବ ବୋଲି ଆଇଏମଡି ପୂର୍ବାନୁମାନ କରିଥିଲା ।  ତେବେ କେରଳ ଛୁଇଁବାର ୧୦/୧୨ ଦିନ ପରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଇଏମଡି ପକ୍ଷରୁ ପ୍ରକାଶ । ରଜ ଆଡ଼କୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରାଯାଉଛି । ଏଥିସହ ଏବେ ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଏଥିସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ବୁଧବାର ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇଥିଲା । ତେବେ ଆଜି ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ ।

Related Articles

Leave a Reply

Your email address will not be published.

Back to top button