ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ସମସ୍ତ ୧୦ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜନୈକା ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସମସ୍ତ ୧୦ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା ଜଣାପଡିଛି। ପୁଲିସ ସୂତ୍ର ଅନୁସାରେ, ବ୍ରହ୍ମପୁର ଅଞ୍ଚଳର ଏକ ସରକାରୀ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ବାହାର ଜିଲ୍ଲାର ଏହି ଛାତ୍ରୀ ଗତ ରବିବାର ଦିନ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଆସିଥିଲେ। ସନ୍ଧ୍ୟା ସମୟରେ ଉଭୟ ଏକ ନିଛାଟିଆ ସ୍ଥାନରେ ବସିଥିବା ବେଳେ ଅଭିଯୁକ୍ତମନେ ଘଟଣାସ୍ଥଳରେ ପହଞ୍ଚି ଏହି ଦୁଷ୍କର୍ମ କରିଥିଲେ। ଏ ନେଇ ସଂପୃକ୍ତ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ସମସ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ବୋଲି ପୁଲିସ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button