ଗୋପାଳପୁର ଗଣଦୁଷ୍କର୍ମ ଘଟଣାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କରାଯିବ : ପ୍ରଭାତୀ ପରିଡ଼ା

ଭୁବନେଶ୍ଵର: ଗୋପାଳପୁର ଗଣଦୁଷ୍କର୍ମ ଘଟଣା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସରେ ସେ ଏକ ପୋଷ୍ଟରେ ଲେଖିଛନ୍ତି, ଘଟଣାକୁ ନେଇ ସେ ଗଭୀର ମର୍ମାହତ। ଏ ସମ୍ପର୍କରେ ଜିଲ୍ଲା ଏସ୍‌ପିଙ୍କ ସହିତ ଆଲୋଚନା କରି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେଥିପାଇଁ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମତୀ ପରିଡା କହିଛନ୍ତି। ସେହିପରି ରାଜ୍ୟ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ମଧ୍ୟ ଏହି ଘଟଣା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୁଲିସର ତ୍ବରିତ କାର୍ଯ୍ୟାନୁଷ୍ଠାନ ଯୋଗୁ ସମସ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି ଏବଂ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଗିରଫ ସମସ୍ତ ଅଭିଯୁକ୍ତ ହିଞ୍ଜିଳିକାଟୁ ଅଞ୍ଚଳର ବୋଲି ଜଣାପଡିଛି।

Related Articles

Leave a Reply

Your email address will not be published. Required fields are marked *

Back to top button