ଆଜି ହେରା ପଞ୍ଚମୀ, ଅଭିମାନୀ ମା ଲକ୍ଷ୍ମୀ ଭାଙ୍ଗିବେ ନନ୍ଦିଘୋଷ ରଥ

ଭୁବନେଶ୍ବର: ଆଜି ହେରା ପଞ୍ଚମୀ। ମହାଲକ୍ଷ୍ମୀଙ୍କୁ  ଶ୍ରୀମନ୍ଦିରରେ ଛାଡିଦେଇ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଭାଉ ଭଉଣୀଙ୍କୁ ଧରି ଜନ୍ମବେଦୀକୁ ଆସିଛନ୍ତି । ଏଥିରେ ଅଭିମାନ କରି ହେରା ପଞ୍ଚମୀ ଦିନ ମହାଲକ୍ଷ୍ମୀ  ଶ୍ରୀମନ୍ଦିରରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଆସିବେଷ ରାଗରେ ନନ୍ଦିଘୋଷ ରଥ ଭାଙ୍ଗିବେ ମା ଲକ୍ଷ୍ମୀ। ସେଠାରେ ମହାଲକ୍ଷ୍ମୀଙ୍କୁ ବନ୍ଦାପନା ନୀତି କରାଯାଇଥାଏ । ପରେ ଲକ୍ଷ୍ମୀ ଜୟ ବିଜୟ ଦ୍ୱାର ନିକଟରେ ବିଜେ ହେବା ପରେ ତାଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ପ୍ରଦାନ କରାଯାଇଥାଏ ।  ଏହାପରେ ନାକଚଣା ଦ୍ୱାର ଦେଇ ମହାଲକ୍ଷ୍ମୀ ହେରା ଗୌରୀ ସାହିବାଟେ ଶ୍ରୀମନ୍ଦିରକୁ ଯାଇଥାନ୍ତି। ଏହାପରେ ଆଡପ ମଣ୍ଡପରେ ଲକ୍ଷ୍ମୀ ନାରାୟଣ ବନ୍ଦାପନା କାର୍ଯ୍ୟ ଅନୁଷ୍ଠିତ ହୋଇଥାଏ । ଏହି ପରମ୍ପରା ଆଧାରରେ ଆଜି ହେରା ପଞ୍ଚମୀ ନୀତି ପାଳନ ହେଉଛି।

Related Articles

Leave a Reply

Your email address will not be published. Required fields are marked *

Back to top button