ସେହିପରି ଅପରାହ୍ଣରେ ରାଷ୍ଟ୍ରପତି ମୁର୍ମୁ କଟକ ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ସେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ।