ଭୋପାଳଠାରେ ବିଧାନସଭାରେ କମିଟି ବ୍ୟବସ୍ଥାର କାର୍ଯ୍ୟକାରିତା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗଦେଲେ ବାଚସ୍ପତି

ଭୁବନେଶ୍ଵର: ବାଚସ୍ପତି ସୁରମା ପାଢ଼ୀ ଭୋପାଳଠାରେ ବିଧାନସଭାରେ କମିଟି ବ୍ୟବସ୍ଥାର କାର୍ଯ୍ୟକାରିତା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି। ମଧ୍ୟପ୍ରଦେଶ ବିଧାନସଭାର ବାଚସ୍ପତି ନରେନ୍ଦ୍ର ସିଂ ତୋମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବାଚସ୍ପତି ସମ୍ମିଳନୀରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ଉତ୍ତରପ୍ରଦେଶ, ସିକିମ୍‌, ହିମାଚଳ ପ୍ରଦେଶ ଆଦି ୭ଟି ରାଜ୍ୟର ବାଚସ୍ପତି ଯୋଗ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାରେ ବିଧାନସଭା କମିଟିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଓଡ଼ିଶା ବିଧାନସଭାର କମିଟି ବ୍ୟବସ୍ଥା ଖୁବ୍‌ ପ୍ରଭାବଶାଳୀ ଭାବରେ କାର୍ଯ୍ୟ କରିଛି। ଆଗାମୀ ଦିନରେ ଏହା କିପରି ଅଧିକ ସକ୍ରିୟ ହୋଇ ଜନସାଧାରଣଙ୍କ ଆସ୍ଥାଭାଜନ ହୋଇପାରିବ ସେଥିପ୍ରତି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବାଚସ୍ପତି କହିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button