ଭୁବନେଶ୍ୱରରେ ‘‘ଉତ୍ତମ ପ୍ରଶାସନିକ ଅଭ୍ୟାସ’’ ଉପରେ ଜାତୀୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରରେ ‘‘ଉତ୍ତମ ପ୍ରଶାସନିକ ଅଭ୍ୟାସ’’ ଉପରେ ଦୁଇ ଦିନିଆ କର୍ମଶାଳା ଉଦଘାଟିତ ହୋଇଯାଇଛି। କେନ୍ଦ୍ର ବିଜ୍ଞାନ ଓ କାରିଗରୀ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସାଧାରଣ ଅଭିଯୋଗ, ପେନସନ ପ୍ରଶାସନ, ଆଣବିକ ଶକ୍ତି ଓ ମହାକାଶ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ମିଳିତ ଭାବେ ଉଦଘାଟନ କରିଛନ୍ତି। ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ସରକାରଙ୍କ ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ (ଡିଏଆରପିଜି) ବିଭାଗ ଦ୍ୱାରା ଏହି ସମ୍ମିଳନୀ ୧୭ ଓ ୧୮ ଜୁଲାଇ ଅର୍ଥାତ୍ ଆଜି ଏବଂ ଆସନ୍ତକାଲି ଅନୁଷ୍ଠିତ ହେଉଛି। ସାଧାରଣ ପ୍ରଶାସନ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ଉତ୍କର୍ଷତା ପୁରସ୍କାର ଦ୍ୱାରା ପୁରଷ୍କୃତ ହୋଇଥିବା ଅନୁକରଣୀୟ ପ୍ରଶାସନିକ କାର୍ଯ୍ୟକ୍ରମଗୁଡ଼ିକ ଉପରେ ଆଲୋକପାତ କରାଯାଇ ‘‘ଉତ୍ତମ ପ୍ରଶାସନିକ ଅଭ୍ୟାସ’’ ବିଷୟବସ୍ତୁକୁ ନେଇ ଏହି ସମ୍ମିଳନୀ ଆୟୋଜନ କରାଯାଇଛି।