ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସିଭିଲ ଲାଇନ୍ସରେ ଥିବା ତାଙ୍କ ସରକାରୀ ବାସଭବନରେ ଏକ ଜନଶୁଣାଣି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଥିଲା। ବର୍ତ୍ତମାନ ଅଭିଯୁକ୍ତକୁ ହେପାଜତକୁ ନିଆଯାଇଛି।