ସେପ୍ଟେମ୍ବର ୧୭ରୁ ୨୪ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଭୁବନେଶ୍ବର ହେବ କୁକୁର ଗଣନା

ଭୁବନେଶ୍ବର:  ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବୁଲା କୁକୁର ଗଣନା କରାଯିବ । ତେବେ ରାଜ୍ୟରେ ଏହା ପ୍ରଥମଥର ପାଇଁ ହେବ । ସମୁଦାୟ ୬୭ଟି ଓ୍ୱାର୍ଡରେ ଏହି ଗଣନା କାର୍ଯ୍ୟ ଚାଲିବ । ଏଥିପାଇଁ ଜୋନ୍, ଓ୍ୱାର୍ଡ ଓ ଓ୍ୱାର୍ଡରେ ଥିବା ପ୍ରତ୍ୟେକ ଗଳି ପାଇଁ ଗଠନ କରାଯାଇଛି ଟିମ୍ । ଦୁଇ ଦୁଇଟି ପର୍ଯ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ । ଏଥିପାଇଁ ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।ତେବେ ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ବର ୧୭ରୁ ୨୦ ତାରିଖ ଏବଂ ଦ୍ୱିତୀୟ ପର୍ୟ୍ୟାୟ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଭୋର ୫ଟାରୁ ସକାଳ ୭ଟା ଯାଏଁ ଏହି କୁକୁର ଗଣନା ଚାଲିବ । ଦକ୍ଷ ପଶୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, ଏସ୍ଏମଟିଏ, ଡିଇଓ, ସିଓ, ଓ୍ୱାର୍ଡ ଅଫିସର ପ୍ରମୁଖ ଏହି କାର୍ଯ୍ୟ ସଂପାଦନ କରିବେ । ଏକକାଳୀନ ୪୧୦ଟି ଟିମ୍ ଭୁବନେଶ୍ୱରର ବିଭିନ୍ନ ଗଳିକନ୍ଦିରେ କୁକୁର ଗଣନା ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button