ଆସନ୍ତାକାଲିଠାରୁ ବିଧାନସଭା ମୌସୁମୀ ଅଧିବେଶନ, ଜଗିବେ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ

ଭୁବନେଶ୍ୱର: ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥା ର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ ରୁମ୍ ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା ୧୫୦ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବେ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।