ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୯ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ ସହ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ୯ ଜିଲ୍ଲାକୁ ରେଡ୍‌ ଏବଂ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପରବର୍ତ୍ତୀ ୨୪ ଘଣ୍ଟା ପାଇଁ ମଧ୍ୟ ୯ ଜିଲ୍ଲାକୁ ରେଡ୍‌ ଏବଂ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ବାକି ଜିଲ୍ଲାଗୁଡ଼ିକ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୨ ତାରିଖ ସକାଳ ପର୍ଯ୍ୟନ୍ତ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ସମ୍ବଲପୁର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ବାକି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨ ତାରିଖରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର ଓ  ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ‌ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ ଦେଓଗଡ଼ ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ବାକି ଅନ୍ୟ ସମସ୍ତ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related Articles

Leave a Reply

Your email address will not be published.

Back to top button