ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଆଜିଠାରୁ ତିନିଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତକାଲିଠାରୁ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇଛି। ହେଲେ ଆଜି ଏହି ଘୂର୍ଣ୍ଣିବଳୟ ସକ୍ରିୟ ହେବାର ସମ୍ଭାବନା ରହିଛି। ସେଥିପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରୀ କରିଛି। ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୪ଘଣ୍ଟା ଭିତରେ ଗଞ୍ଜାମ, ଗଜପତି, ମାଲକାନଗିରି, କନ୍ଧମାଳ, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜର କିଛି କିଛି ଅଂଚଳରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button