ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି ସରିଛି, ପବନ ଠାରୁ ବର୍ଷାକୁ ଅଧିକ ଗୁରୁତ୍ବ ଦେଉଛୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର: ଅଧିକ ବର୍ଷା ଥିବାରୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା । ସୂଚନା ଦେଲେ ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଗଜପତି ଜିଲ୍ଲାରେ ୩/୪ଟି ବ୍ଲକ୍ରେ ଭୂସ୍ଖଳନ ଆଶଙ୍କା । ରାୟଗଡ଼ା, ମାଲକାନଗିରିରେ ମଧ୍ୟ ଭୂସ୍ଖଳନ ଆଶଙ୍କା ରହିଛି । ପାହାଡ଼ ପାଦ ଦେଶରେ ଥିବା ଲୋକେ ଆଶ୍ରୟସ୍ଥଳକୁ ଯାଆନ୍ତୁ। ମାଟି ଓଦା ଥିବାରୁ ଅଧିକ ବର୍ଷା ହେଲେ ମାଟି ଧସିପାରେ । ଆମ ପାଇଁ ଏଥର ପବନ ଅପେକ୍ଷା ବର୍ଷା ଅଧିକ ଚ୍ୟାଲେଞ୍ଜ୍ । ୧୩୦ଟି ଟିମ୍ ପ୍ରସ୍ତୁତ ହୋଇ ରହିଛି। ପରିସ୍ଥିତିକୁ ମୁକାବିଲା କରିବୁ ।ସେ ଆହୁରି ମଧ୍ୟ କହିଛନ୍ତି ଯେ,କଳିଙ୍ଗା ଘାଟି, ମାଲକାନଗିରିର କେତେକ ସ୍ଥାନ, ଥୁଆମୂଳ ରାମପୁରରେ ଏଭଳି ଲ୍ୟାଣ୍ଡ ସ୍ଲାଇଡ଼ ବା ମାଟି ଅତଡା ଖସୁଥିବା ଦେଖାଯାଏ । ସେଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ଟିମ । ପାଣିରୁ ଉଦ୍ଧାର ପାଇଁ ବ୍ୟାପକ ଡ଼ଙ୍ଗା ର ବ୍ୟବସ୍ଥା ହୋଇଛି । ବୁଡି ଯାଉଥିବା ଲୋକଙ୍କୁ ଉଦ୍ଧାର ପାଇଁ ଅଭିଜ୍ଞ ଫାୟାର ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ପର୍ଯ୍ୟଟକଙ୍କ ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି । ପୁରୀରେ ୧୦୦ ଲାଇଫଗାର୍ଡ ଅଛନ୍ତି । ସେହିପରି ଗୋପାଳପୁରରେ ମଧ୍ୟ ଲାଇଫଗାର୍ଡ ରହିଛନ୍ତି । ଗଜପତି, ମାଲକାନଗିରି, ବ୍ରହ୍ମପୁର, କୋରାପୁଟ ୧୩୦ ଟି ଟିମ ଯାଇଛି । ବାତ୍ୟାର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ଟିମ । ଫାୟାର ଫାଇଟିଂ ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର କରାଯାଇଛି ।



