୨୧ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର: ତାମିଲନାଡୁର କୋଏମ୍ବାଟୁର୍ରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ସମ୍ମାନ ନିଧିର ୨୧ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ୨୧ତମ କିସ୍ତିରେ ଦେଶର ୯ କୋଟିରୁ ଉର୍ଦ୍ଧ୍ବ କୃଷକଙ୍କୁ ୧୮ ହଜାର କୋଟିରୁ ଉର୍ଦ୍ଧ୍ବଟଙ୍କା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମ ସବୁ ରାଜ୍ୟର ଜିଲ୍ଲା, ବ୍ଲକ, ପଞ୍ଚାୟତ, ପ୍ୟାକ୍ସ ଓ ମଣ୍ଡିରେ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ଏହି ଅବସରରେ ଦେଶର କୃଷକମାନଙ୍କୁ ଉଦ୍ବୋଧନ ଦେଇଛନ୍ତି। ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ କୃଷକମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ, କୃଷକମାନଙ୍କୁ ଆବଶ୍ୟକ ସମୟରେ ବିହନ, ସାର, କୀଟନାଶକ ଆଦି କିଣିବା ପାଇଁ କେନ୍ଦ୍ର ସରକାର ବାର୍ଷିକ ୩ଟି କିସ୍ତିରେ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଆଜି ୨୧ତମ କିସ୍ତିରେ ଆମ ରାଜ୍ୟର ୩୪.୧୨ ଲକ୍ଷରୁ ଉର୍ଦ୍ଧ୍ବ କୃଷକ କିସ୍ତି ବାବଦକୁ ୨ ହଜାର ଟଙ୍କା ଲେଖାଏଁ ପାଇବେ।



