ପବିତ୍ର ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଲାଗିହେଲା ପହିଲି ଭୋଗ ନୀତି

ଭୁବନେଶ୍ବର: ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।ପୌରାଣିକ କିମ୍ବଦନ୍ତୀ ଅନୁଯାୟୀ, ଦ୍ୱାପର ଯୁଗରେ ମା ଯଶୋଦା ଏହି ପହିଲି ଭୋଗ ଖୁଈଉଥିଲେ କୃଷ୍ଣ, ବଳରାମଙ୍କୁ । ସେହି ସ୍ମୃତିକୁ ଆଜି ମନେପକାଇ ଧନୁ ସଂକ୍ରାନ୍ତିରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଠାକୁରଙ୍କୁ ଲାଗି ହେବ ପହିଲିଭୋଗ । ଶ୍ରୀମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି କରାଯାଇ ପ୍ରତିଦିନ ଶ୍ରୀ ଜିଉଙ୍କୁ ଏହି ବିଶେଷ ଭୋଗ ଅର୍ପଣ କରାଯିବ । ବର୍ଷକୁ ଥରେ ଏହି ଭୋଗ ପାଇବା ପାଇଁ ସେବାୟତଙ୍କ ଠାରୁ ଆରମ୍ଭ କରି ଭକ୍ତମାନେ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button