ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ବର:ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡା ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ କରି ଯାଞ୍ଚ କରିଛନ୍ତି । ଏଥିରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ଜଣେ ଏଏସଆଇ ଓ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ବିଭିନ୍ନ ସ୍ଥାନରେ ଠାବ ହୋଇଛି ବାବୁଙ୍କର ବହୁତଳ ଅଟ୍ଟାଳିକା । ଭୁବନେଶ୍ବର ବଡ଼ଗଡ ଓ ବ୍ରିଟ କଲୋନୀରେ ଦୁଇଟି ତିନି ମହଲା ଓ ଖୋର୍ଦ୍ଧା ସନପଲାରେ ଦୁଇଟି ଦୁଇମହଲା କୋଠା ରହିଛି । ଏସବୁ ସ୍ଥାନ ସମେତ ବାରଙ୍ଗସ୍ଥିତ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ ।



