୧୫୧ ପଦବୀ ପୂରଣ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS)ରେ ୧୧୩ଟି, ଓଡ଼ିଶା ପରିବହନ ସେବା (OTS)ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS)ରେ ୮ଟି ପଦବୀ ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।  ନିକଟରେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ଏଥିରେ ଓଏଏସ୍‌, ଓଆର୍‌ଏସ୍‌ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନ ଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା। ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବତୀ ଯୁବକ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଆରୋପ କରୁଛନ୍ତି ଏବଂ ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି। ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବିଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗଗୁଡ଼ିକୁ ସୁପାରିସ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button