ମକର ସଂକ୍ରାନ୍ତିରେ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ସାହ, ଉଦ୍ଦୀପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଅଭିନନ୍ଦନ ଜଣାଉଛି । ଓଡିଶାର ଏହି ମହାନ ପରମ୍ପରା ଆମ ସାମାଜିକ ଓ ସଂହତିକୁ ଆହୁରି ସୁଦୃଢ କରୁ । ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରଗତିର ଧାରା ଅବ୍ୟାହତ ରହୁ ଏବଂ ପ୍ରତ୍ୟେକ ପରିବାରରେ ହସଖୁସି ଭରିଯାଉ । ଅନ୍ୟପଟେ, ପାଟଣା ରାଜନଗରରେ ମକର ବୁଡ ପକାଇଛନ୍ତି ମୁଖ୍ୟମନ୍ତ୍ରୀ । ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ବୁଡ ପକାଇଛନ୍ତି । ପୂଜାର୍ଚ୍ଚନା ପରେ ପତ୍ନୀଙ୍କ ସହ ବୁଡ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ।

Related Articles

Leave a Reply

Your email address will not be published. Required fields are marked *

Back to top button