ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ସଅଳ ହେବ ମହାପ୍ରଭୁଙ୍କ ନୀତିକାନ୍ତି

ଭୁବନେଶ୍ବର: ଆସନ୍ତା ଦୋଳ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । କିପରି ମହାପ୍ରଭୁଙ୍କ ନୀତିକାନ୍ତି ସୁରୁଖୁରୁରେ ହେବ ଏଥିପାଇଁ ଅନୁଷ୍ଠିତ ହୋଇଯାଇଛି ଛତିଶା ନିଯୋଗ ବୈଠକ । ମାର୍ଚ୍ଚ ୨ରେ ମେଣ୍ଢା ପୋଡ଼ି ନୀତି ଥିବାରୁ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ରାତ୍ର ୧ଟାରୁ ଦ୍ବାରଫିଟା ନୀତି ଅନୁଷ୍ଠିତ ହେବ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ଜିଲ୍ଲାପାଳଙ୍କ ସହ ଏସପି, ଛତିଶା ନିଯୋଗର ସେବାୟତ ପ୍ରତିନିଧି ମାନେ ଉପସ୍ଥିତି ଥିଲେ । ଆସନ୍ତା ମାର୍ଚ୍ଚ ୩ ତାରିଖରେ ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହେବ । ତେବେ ଦୋଳପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଏଥିପାଇଁ ଚୁଡାନ୍ତ ହୋଇଥିବା ନୀତିକାନ୍ତିକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button