ଆଜି ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର: ଆଜି ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବା ଏହା ଏକ ଗୁପ୍ତ ସେବା ନୀତି ହୋଇଥିବା କାରଣରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ ଟା ଯାଏଁ ପ୍ରାୟ ୪ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶଆସନ ପକ୍ଷରୁ ଜଣାପଡିଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବ ସଆଧାରଣ ଦର୍ଶନ ଅନୁଷ୍ଠିତ ହେବ।



