ଦାଶରଥୀ ଗମାଙ୍ଗଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା କଂଗ୍ରେସ

ଭୁବନେଶ୍ୱର: ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା କଂଗ୍ରେସ । ଏ ନେଇ ପ୍ରଦେଶ କଂଗ୍ରେସ ପକ୍ଷରୁ ଆଜି ଏକ ବିଜ୍ଞପ୍ତି ଜାରି କରାଯାଇଛି । ଆଜି ସଂନ୍ଧ୍ୟା 6ଟ ସୁଦ୍ଧା ବ୍ୟକ୍ତିଗତ ଭାବେ ଦଳୀୟ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ବିଶୃଙ୍ଖଳିତ ଆଚରଣ ପାଇଁ କାହିଁକି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେ ନେଇ କାରଣ ଦର୍ଶାଇବାକୁ କୁହାଯାଇଛି । ଯଦି ନିର୍ଦ୍ଧାରିତ ସମୟ ମଧ୍ୟରେ ସେ ନ ଆସନ୍ତି କିମ୍ବା ତାଙ୍କଠାରୁ କୌଣସି ସନ୍ତୋଷଜନକ ଉତ୍ତର ନ ମିଳେ ତେବେ ଦଳ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି ।



