ପୁଣି ଏସସିବି ମେଡ଼ିକାଲରେ ନନ୍ ଟ୍ରମା କାଜୁଆଲଟିରେ ଲାଗିଲା ନିଆଁ

ଭୁବନେଶ୍ବର: କଟକ ବଡ଼ ମେଡିକାଲ ନନ ଟ୍ରମା କାଜୁଆଲଟିରେ ପୁଣି ନିଆଁ । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବାବେଳେ ରୋଗୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ । ଧୂଆଁ ବାହାରିବା କାରଣରୁ ସ୍ମୋକ ଡିଟେକ୍ଟର ଅକ୍ଟିଭ ହୋଇଯାଇଥିଲା । ସଠିକ ସମୟରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଏକ ପ୍ୟାନେଲ ବୋର୍ଡରେ ସର୍ଟସର୍କିଟ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ରହିଛି । ରବିବାର ରାତିରେ ଏସସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଘଟଣା ଘଟିବା ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ଜଣ ରୋଗୀ ଥିଲେ । ଅଗ୍ନିକାଣ୍ଡ ପରେ ଆୟୁସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା । ଗୁରୁତର ରୋଗୀଙ୍କୁ ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା । ଘଟଣା ଘଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସସିବିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଥିଲେ । ଏବଂ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button