ହୁତୁ ହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ: ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଆନ୍ଧ୍ରପ୍ରଦେଶର ରାମଭଦ୍ରପୁରମ ନିକଟରେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ଏହି ଅଘଟଣ ଘଟିଛି। ‘ନୀଳକଣ୍ଠେଶ୍ୱର’ ନାମକ ଏହି ବସ୍‌ଟି ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଥିବା ବେଳେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ସମସ୍ତ ଯାତ୍ରୀ ଅଳ୍ପକେ ରକ୍ଷା ପାଇଛନ୍ତି। ଏହି ବସ୍‌ରେ କଂଗ୍ରେସ ବିଧାୟକ ମଙ୍ଗୁ ଖିଲ ଯାତ୍ରା କରୁଥିଲେ। ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ଜଣାପଡ଼ିଛି। ଅଘଟଣ ପରେ ସେ ନିଜର ପ୍ରତିକ୍ରିୟା ରଖି କିଭଳି ମୃତ୍ୟୁ ମୁଖରୁ ବର୍ତ୍ତିଗଲେ, ସେ ବିଷୟରେ ସୂଚନା ଦେଇଛନ୍ତି। ବସ୍‌ରେ ନିଆଁ ଲାଗିଥିବା ଜାଣିବା ମାତ୍ରେ ଡ୍ରାଇଭର ସଙ୍ଗେ ସଙ୍ଗେ ଗାଡ଼ିଟିକୁ ଅଟକାଇ ଯାତ୍ରୀମାନଙ୍କୁ ଓହ୍ଲାଇ ଦେଇଥିଲେ। ଏହାଫଳରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ସମସ୍ତ ଯାତ୍ରୀଙ୍କୁ ଅନ୍ୟ ଏକ ବସ୍ ଯୋଗେ ସୁରକ୍ଷିତ ଭାବେ ନିଜ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି। ତେବେ ଅଗ୍ନିକାଣ୍ଡରେ ବସ୍‌ଟି ସମ୍ପୂର୍ଣ୍ଣ ରୂପେ ଜଳି ପାଉଁଶ ହୋଇଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button