ଘୂର୍ଣ୍ଣିବଳୟ ପ୍ରଭାବ: ୧ ତାରିଖ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ଵର: ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ ଓ କୁଆପଥର ମାଡ଼ ହୋଇଥିଲା। ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର ଆଦି ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିଲା। ତେବେ ଭୁବନେଶ୍ୱରରେ ଅପରାହ୍ନରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏଥିସହ କୁଆପଥର ମାଡ଼ ରାଜଧାନୀର ଜୀବନଯାତ୍ରାକୁ ପ୍ରଭାବିତ କରିଥିଲା। ଆସନ୍ତା ୬ଦିନ ଅର୍ଥାତ୍‌ ଏପ୍ରିଲ ୧ ବୁଧବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଝଡ଼ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସୁନ୍ଦରଗଡ଼ ଜିଲାକୁ ବର୍ଷା, ପବନ ଓ ଘଡ଼ଘଡ଼ି ବିଜୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button