ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ: ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ଭୁବନେଶ୍ବର: କାଳ ହେଲା ସମୁଦ୍ର ସ୍ନାନ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ବୁଡ଼ିଯାଇ ଦୁଇ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ । ଆଜି ପୁରୀ ସମୁଦ୍ର କୂଳରେ ଏଭଳି ଦୁଃଖଦ ଘଟଣା ଘଟିଛି । ମୃତ ଦୁଇ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନଥିବା ବେଳେ ମୃତଦେହକୁ ପୁରୀ ହସ୍ପିଟାଲକୁ ପଠାଯାଇଛି । ସୂଚନା ଅନୁଯାୟୀ, ଆଜି(ସୋମବାର) ସକାଳେ ଦୁଇଜଣ ପର୍ଯ୍ୟଟକ ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ସାଙ୍ଗକୁ ବଡ଼ ଲହଡ଼ି ମାଡ଼ରେ ସମୁଦ୍ର ଭିତରକୁ ଚାଲି ଯାଇଥିଲେ । ଏହା ଦେଖି ତୁରନ୍ତ ଉପସ୍ଥିତ ଥିବା ଲାଇଫ ଗାର୍ଡ ସମୁଦ୍ର ଭିତରକୁ ଯାଇ ଦୁଇ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପୁରୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ତେବେ ଡ଼ାକ୍ତର ସେଠାରେ ଦୁଇଜଣଙ୍କୁ ମୃତ ଘୋଷଣା କରିଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button