ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି

ଭୁବନେଶ୍ବର: ରାଜ୍ୟ ରାଜନୀତିରେ ଏବେ ଯାଜପୁର ବିଜେଡିକୁ ନେଇ ଚର୍ଚ୍ଚା ଜୋର ଧରିଛି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ସରକାରୀ ବାସଭବନରେ ପୁଣି ଥରେ ଯାଜପୁର ଜିଲ୍ଲାର ହେଭିୱେଟ୍ ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଧାୟିକା ପ୍ରମିଳା ମଲ୍ଲିକଙ୍କ ସମେତ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ, ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ, ଯାଜପୁର ବିଧାୟିକା ସୁଜାତା ସାହୁ, ସୁକିନ୍ଦା ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ଏବଂ ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଭଦ୍ରକର ମଣ୍ଡଳ ଦମ୍ପତିଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ଯାଜପୁର ଜିଲ୍ଲାରେ ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବା ଏବଂ ଆଗାମୀ ରଣନୀତି ପ୍ରସ୍ତୁତ କରିବା ପାଇଁ ଏହି ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ପ୍ରମିଳା ମଲ୍ଲିକଙ୍କ ବାସଭବନରେ ଯାଜପୁର ନେତାଙ୍କର ଏହା ପ୍ରଥମ ବୈଠକ ନୁହେଁ। ଏହା ପୂର୍ବରୁ ମଧ୍ୟ ଦୁଇ ଦୁଇ ଥର ସମାନ ଢଙ୍ଗରେ ବୈଠକ ବସିସାରିଛି, ଯାହାକୁ ନେଇ ରାଜନୈତିକ ମହଲରେ କଳ୍ପନାଜଳ୍ପନା ଜାରି ରହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button