ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

ଭୁବନେଶ୍ବର: ଯାଜପୁର ଜିଲ୍ଲା ଓଉପଦା ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱା ଏବଂ ଘରୋଇ କଲେଜ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ହାଇୱା ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୧୬ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଦୁର୍ଘଟଣାରେ ହାଇୱା ଡ୍ରାଇଭରଙ୍କ ଜୀବନ ଯାଇଛି। ବସରେ ଥିବା ୧୬ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୧ ଜଣ ଗୁରୁତର ଛାତ୍ରଛାତ୍ରୀଙ୍କୁ ତୁରନ୍ତ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ଘଟଣାସ୍ଥଳରେ ଯାଜପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦ୍ୱୟକୁ ହଟାଇ ତଦନ୍ତ ଜାରି ରଖିଛି।

Related Articles

Leave a Reply

Your email address will not be published. Required fields are marked *

Back to top button