ଚଳିତ ବର୍ଷ ପ୍ରଥମ ଥର ପାଇଁ ପାରଦ ୪୫ ଡିଗ୍ରୀ ଟପିଲା: ୨୭ ଯାଏଁ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଚଳିତ ବର୍ଷ ପ୍ରଥମ ଥର ପାଇଁ ପାରଦ ୪୫ ଡିଗ୍ରୀ ଅତିକ୍ରମ କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବାସୀଙ୍କୁ ତାତିରୁ ସହଜରେ ନିସ୍ତାର ମିଳିବ ନାହିଁ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଏବଂ ଝାରସୁଗୁଡ଼ା ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି। ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲା ଯଥା- ଗଞ୍ଜାମ, ଗଜପତି, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅସହ୍ୟ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ମାତ୍ର ଏହା ପରେ ପାରଦ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଖରା ସାଙ୍ଗକୁ କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ମଧ୍ୟ ରହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button