ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ ହେଲେ ଏନ୍. ରଙ୍ଗାସ୍ୱାମୀ, ମେ’ ୧୩ରେ ଶପଥ

ନୂଆଦିଲ୍ଲୀ: କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଏନ୍. ରଙ୍ଗାସ୍ୱାମୀଙ୍କୁ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ନିଯୁକ୍ତି ପରେ ପୁଡୁଚେରୀ ଉପରାଜ୍ୟପାଳ କେ. କୈଳାସନାଥନ ତାଙ୍କୁ ସରକାର ଗଠନ ପାଇଁ ଆମନ୍ତ୍ରଣ ଜଣାଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଆସନ୍ତା ମେ’ ୧୩ ତାରିଖରେ ଏନ୍. ରଙ୍ଗାସ୍ୱାମୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହାକୁ ମିଶାଇ ସେ ପଞ୍ଚମ ଥର ପାଇଁ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି। ସୂଚନାଯୋଗ୍ୟ ଯେ, ପୁଡୁଚେରୀ ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ୱାଧୀନ AINRC ମେଣ୍ଟ ଚମତ୍କାର ପ୍ରଦର୍ଶନ କରିଛି। ଏହି ମେଣ୍ଟ ମୋଟ ୧୬ଟି ଆସନରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଫଳରେ ଏନ୍. ରଙ୍ଗାସ୍ୱାମୀଙ୍କ ନେତୃତ୍ୱରେ ନୂଆ ସରକାର ଗଠନ ହେବା ପାଇଁ ପଥ ପରିଷ୍କାର ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button