ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଆମେରିକା ବିଦେଶ ସଚିବ ମାର୍କୋ ରୁବିଓ

ନୂଆଦିଲ୍ଲୀ: ଚାରି ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକା ବିଦେଶ ସଚିବ ମାର୍କୋ ରୁବିଓ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ହ୍ୱାଇଟ୍ ହାଉସ୍ ଗସ୍ତ ପାଇଁ ଆମନ୍ତ୍ରଣ କରିଛନ୍ତି। ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ଜରିଆରେ ଏହି ସୂଚନା ଦେଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ‘ଏକ୍ସ’ରେ ଏକ ପୋଷ୍ଟ କରି ବିଦେଶ ସଚିବ ରୁବିଓଙ୍କୁ ଭାରତରେ ସ୍ବାଗତ କରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା ସମ୍ପର୍କରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭାରତ-ଆମେରିକା ବ୍ୟାପକ ବିଶ୍ୱ ରଣନୈତିକ ସହଭାଗୀତାର ନିରନ୍ତର ପ୍ରଗତି ସହ ଆଞ୍ଚଳିକ ଓ ବିଶ୍ୱ ଶାନ୍ତି ଏବଂ ସୁରକ୍ଷା ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ବିଶ୍ୱର ମଙ୍ଗଳ ପାଇଁ ଭାରତ ଓ ଆମେରିକା ଏକାଠି ମିଶି ନିବିଡ଼ ଭାବେ କାର୍ଯ୍ୟ କରିବା ଜାରି ରଖିବେ ବୋଲି ମୋଦୀ ଦୋହରାଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button