ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଏକ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ସରକାରୀ ଗସ୍ତ କାଳରେ ସେ କେତେକ ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ରାଜ୍ୟର ବିଭିନ୍ନ ବିକାଶମୂଳକ ଓ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାର ସ୍ୱାର୍ଥ ସହ ଜଡ଼ିତ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଏବଂ କେନ୍ଦ୍ରୀୟ ସହାୟତା ନେଇ ଏହି ବୈଠକଗୁଡ଼ିକରେ ସେ ଦାବି ଉପସ୍ଥାପନ କରିପାରନ୍ତି।



