ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍‌: ବାଇକ୍‌ ଆରୋହୀ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ପୁଣି ବେପରୁଆ ‘ଆମ ବସ୍’ ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି। ସ୍ଥାନୀୟ ଶ୍ରୀୟା ଛକ ନିକଟରେ ଘଟିଥିବା ଏହି ଦୁର୍ଘଟଣାରେ ଜଣେ ମୋଟରସାଇକେଲ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତ ଯୁବକଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି, ଯେଉଁଠାରେ ତାଙ୍କର ଚିକିତ୍ସା ଚାଲିଛି। ବସର ଏଭଳି ବେପରୁଆ ଚାଳନାକୁ ନେଇ ଦୁର୍ଘଟଣା ପରେ ଉକ୍ତ ଅଞ୍ଚଳରେ କିଛି ସମୟ ପାଇଁ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ବିଧିବଦ୍ଧ ତଦନ୍ତ ଆରମ୍ଭ କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button