ଭୁଶୁଡ଼ିଲା ନିର୍ମାଣାଧୀନ ଗୋଦାମ ଗୃହ ଛାତ: ୩ ମୃତ, ୧୮ ଶ୍ରମିକ ଫସିଥିବା ଆଶଙ୍କା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ ଏକ ବଡ଼ଧରଣର ଅଘଟଣ ଘଟିଛି। ଆଜି (ବୁଧବାର) ଅପରାହ୍ନରେ ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ଗୃହର ଛାତ ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଦୁର୍ଘଟଣା ସମୟରେ ଅନେକ ଶ୍ରମିକ କାମ କରୁଥିଲେ ଏବଂ ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୮ ଜଣ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଭଗ୍ନାବଶେଷ ମଧ୍ୟରୁ ଅନେକଙ୍କୁ ଗୁରୁତର ଅବସ୍ଥାରେ ବାହାର କରାଯାଇ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

Related Articles

Leave a Reply

Your email address will not be published. Required fields are marked *

Back to top button