ଚଳନ୍ତା ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭୁବନେଶ୍ବର: ଅନୁଗୁଳ ଜିଲ୍ଲାର ପାଲଲହଡ଼ା ଅଞ୍ଚଳରେ ଆଜି ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ରାଉରକେଲାରୁ ପାରାଦୀପ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ସହିତ ବସ୍‌ ଭିତରେ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ଯାତ୍ରୀମାନେ ସମୟରେ ବସ୍‌ରୁ ବାହାରିଯାଇଥିବାରୁ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ଏହି ଘଟଣାରେ ମୋଟ ୬୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ବସ୍‌ର କିଛି ଅଂଶ ପୋଡ଼ିଯାଇଥିବାବେଳେ ନିଆଁ ଲାଗିବାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଖବର ପାଇ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଘଟଣା ପରେ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଥିବାବେଳେ ପୁଲିସ ଓ ପ୍ରଶାସନ ଘଟଣାର ତଦନ୍ତ ଆରମ୍ଭ କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button