ଜୁଲାଇ ୧ରୁ ଓଡ଼ିଶାରେ ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର: ଓଡ଼ିଶାରେ ଦୁର୍ବଳ ଥିବା ମୌସୁମୀ ବାୟୁ ପୁଣି ଥରେ ସକ୍ରିୟ ହେବାକୁ ଯାଉଛି। ଆସନ୍ତା ଜୁଲାଇ ୧ ରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି। ବୁଧବାରଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଚଳିତ ସପ୍ତାହରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ବର୍ଷାର ପ୍ରକୋପ ଆହୁରି ବଢ଼ିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ବରଗଡ଼, ମୟୂରଭଞ୍ଜ, ସୁବର୍ଣ୍ଣପୁର ଏବଂ ବଲାଙ୍ଗିର ଏହି ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୬୪.୫ ମି.ମି.ରୁ ୨୦୪.୪ ମି.ମି. ପର୍ଯ୍ୟନ୍ତ ବର୍ଷା ରେକର୍ଡ ହୋଇପାରେ।

Related Articles

Leave a Reply

Your email address will not be published. Required fields are marked *

Back to top button