ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ତାଣ୍ଡବ ଜାରି ରହିଛି। ଆଗାମୀ ୪٨ ଘଣ୍ଟା ପର୍ଯ୍ୟନ୍ତ ଏହି ସ୍ଥିତି ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି। ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି ସମେତ ମୋଟ ୮ଟି ଜିଲ୍ଲା ପାଇଁ ସତର୍କ ସୂଚନା। ଅଳ୍ପ ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଛୋଟ ଛୋଟ ନଦୀନାଳର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଦେଖାଦେଇଛି। ଗତ ୨୪ ଘଣ୍ଟାର ବର୍ଷା ଯୋଗୁଁ ପ୍ରମୁଖ ସହରଗୁଡ଼ିକରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ଏବଂ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ ସମସ୍ତ ଜିଲ୍ଲା ପ୍ରଶାସନକୁ ହାଇ-ଆଲର୍ଟରେ ରହିବାକୁ କୁହାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button