ଭୁବନେଶ୍ୱର ବିମାନବନ୍ଦରରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଛନ୍ତି ମାନ୍ୟବର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ପହଞ୍ଚିବା ପରେ ବିମାନବନ୍ଦରରେ ତାଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ପରିସରରେ ଥିବା କୃଷି ଶିକ୍ଷା ସଦନଠାରେ ଆୟୋଜିତ ହେବାକୁ ଥିବା ‘ଏଲ୍‌ଓଏ’  ଜାତୀୟ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହି ସମ୍ମିଳନୀରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଭିନ୍ନ ରାଜ୍ୟର ପ୍ରତିନିଧି ଏବଂ ଜାତୀୟ ମତ୍ସ୍ୟ ସଂସ୍ଥାଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ। ମତ୍ସ୍ୟଚାଷର ବିକାଶ ଓ ଏହି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପକୁ ନେଇ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ଶତାଧିକ ମତ୍ସ୍ୟଜୀବୀ ଓ ପ୍ରଗତିଶୀଳ ଚାଷୀ ଯୋଗଦେଉଛନ୍ତି। ଏଥିସହିତ ମତ୍ସ୍ୟଚାଷ ଓ ବିଜ୍ଞାନ କ୍ଷେତ୍ରରେ ଅଧ୍ୟୟନରତ ଛାତ୍ରଛାତ୍ରୀ ଏବଂ ଗବେଷକମାନେ ମଧ୍ୟ ଏହି ଜାତୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଉପରାଷ୍ଟ୍ରପତିଙ୍କ ବାର୍ତ୍ତା ଶୁଣିବାର କାର୍ଯ୍ୟକ୍ରମ ରହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button