ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅକ୍ଟୋବରରୁ ଆରମ୍ଭ ହେବ ଭୋଟର ତାଲିକା ପ୍ରସ୍ତୁତି

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଖସଡ଼ା ଭୋଟର ତାଲିକା, ପ୍ରଶାସନିକ ପ୍ରସ୍ତୁତି ଏବଂ ବିଭିନ୍ନ ଲଜିଷ୍ଟିକ୍ ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋଚନା କରାଯାଇଛି। ଅକ୍ଟୋବର ୨୬ରୁ ନଭେମ୍ବର ୭ ମଧ୍ୟରେ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଘରକୁ ଘର ବୁଲି ସର୍ଭେ କରାଯିବ। ଚଳିତ ମାସ ୩୧ ତାରିଖ ସୁଦ୍ଧା ସର୍ଭେ ଟିମ୍ ଗଠନ ଶେଷ ହେବ। ଏହି ଟିମ୍‌ରେ ବିଏଲ୍‌ଓ (BLO), ଅଙ୍ଗନବାଡ଼ି କର୍ମୀ ଏବଂ ଆଶା କର୍ମୀମାନଙ୍କୁ ସାମିଲ କରାଯିବ। ଫେବୃଆରୀ ୧୦ ତାରିଖ ସୁଦ୍ଧା ସବୁ ୱାର୍ଡର ଭୋଟର ତାଲିକା ଆନୁଷ୍ଠାନିକ ଭାବେ ପ୍ରକାଶ ପାଇବ। ଜନଗଣନା କାର୍ଯ୍ୟ ପାଇଁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ସାମାନ୍ୟ ବିଳମ୍ବ ହୋଇପାରେ। ନିର୍ବାଚନ ପାଇଁ ପୁରୁଣା ବାଲଟ୍ ବକ୍ସଗୁଡ଼ିକର ମରାମତି କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button